ଆଜିଠୁ ଓଡ଼ିଶାରୁ ମୌସୁମୀ ଫେରିବା ପ୍ରକ୍ରିୟା ଆରମ୍ଭ ହେବ । ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ପାଗ ଅନୁକୂଳ ହୋଇଛି । ଓଡ଼ିଶାକୁ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହ ବଢିଥିବା ବେଳେ ବାୟୁମଣ୍ଡଳରୁ କମୁଛି ଜଳୀୟବାଷ୍ପର ପରିମାଣ । ଏହାସହ ଉତ୍ତର ପଶ୍ଚିମ ଭାରତରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି । ଫଳରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୁଳ ହୋଇଛି ।ଚଳିତ ବର୍ଷ ଜୁନ୍ ୨୨ରେ ଓଡ଼ିଶା ଛୁଇଁଥିଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ୮ ଦିନ ବିଳମ୍ବରେ ଆସିଥିଲେ ମଧ୍ୟ ୫ ଦିନ ପୂର୍ବରୁ ଫେରିଯିବା ନେଇ ଆକଳନ କରାଯାଇଛି । ବର୍ତ୍ତମାନ ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜସ୍ଥାନ, ଗୁଜୁରାଟ, ହରିୟାଣା, ପଞ୍ଜାବ ସମେତ ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ମହାରାଷ୍ଟ୍ର, ଜାମ୍ମୁ-କାଶ୍ମୀରର କେତେକ ଅଞ୍ଚଳରୁ ସମ୍ପୂର୍ଣ୍ଣ ରୂପରେ ଅପସାରଣ ହୋଇଛି । ଓଡ଼ିଶାରେ ମୌସୁମୀ ଫେରିବାର ସ୍ବାଭାବିକ ସମୟ ଅକ୍ଟୋବର ୧୫ ଥିବା ବେଳେ ୫ ଦିନ ପୂର୍ବରୁ ପ୍ରତ୍ୟାବର୍ତ୍ତନ କରିବାର ସମ୍ଭାବନା ରହିଛି ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post