ଆଜିଠୁ ଓଡ଼ିଶାରୁ ମୌସୁମୀ ଫେରିବା ପ୍ରକ୍ରିୟା ଆରମ୍ଭ ହେବ । ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ପାଗ ଅନୁକୂଳ ହୋଇଛି । ଓଡ଼ିଶାକୁ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହ ବଢିଥିବା ବେଳେ ବାୟୁମଣ୍ଡଳରୁ କମୁଛି ଜଳୀୟବାଷ୍ପର ପରିମାଣ । ଏହାସହ ଉତ୍ତର ପଶ୍ଚିମ ଭାରତରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି । ଫଳରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୁଳ ହୋଇଛି ।ଚଳିତ ବର୍ଷ ଜୁନ୍ ୨୨ରେ ଓଡ଼ିଶା ଛୁଇଁଥିଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ୮ ଦିନ ବିଳମ୍ବରେ ଆସିଥିଲେ ମଧ୍ୟ ୫ ଦିନ ପୂର୍ବରୁ ଫେରିଯିବା ନେଇ ଆକଳନ କରାଯାଇଛି । ବର୍ତ୍ତମାନ ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜସ୍ଥାନ, ଗୁଜୁରାଟ, ହରିୟାଣା, ପଞ୍ଜାବ ସମେତ ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ମହାରାଷ୍ଟ୍ର, ଜାମ୍ମୁ-କାଶ୍ମୀରର କେତେକ ଅଞ୍ଚଳରୁ ସମ୍ପୂର୍ଣ୍ଣ ରୂପରେ ଅପସାରଣ ହୋଇଛି । ଓଡ଼ିଶାରେ ମୌସୁମୀ ଫେରିବାର ସ୍ବାଭାବିକ ସମୟ ଅକ୍ଟୋବର ୧୫ ଥିବା ବେଳେ ୫ ଦିନ ପୂର୍ବରୁ ପ୍ରତ୍ୟାବର୍ତ୍ତନ କରିବାର ସମ୍ଭାବନା ରହିଛି ।
Trending
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
- ପେପର ଲିକ୍ ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ଲୋକଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ ଏବଂ ୧୦ କୋଟିର ଜରିମାନା ଦେବାକୁ ପଡ଼ିବ
- ଆଜି ପବିତ୍ର ବାହୁଡ଼ା ଯାତ୍ରା, କାଳିଆର ପହଣ୍ଡି ବିଜେ ,ସାଆନ୍ତକୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛି ଭକ୍ତ
- ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର,ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ୨୬ ଦିନର ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ,ଅହିଂସାର ପଥରେ ଆନ୍ଦୋଳନ ଜାରି ରଖିବାକୁ ଦେଲେ ଆହ୍ୱାନ
- ଆଜି ପବିତ୍ର ବାହୁଡ଼ା ଯାତ୍ରା , ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
Prev Post
Next Post