ରାଜ୍ୟରେ ବର୍ଷା ଜାରି ରହିଛି । ଏଥିରେ କିନ୍ତୁ ଆଜିଠୁ ଲାଗିବ ବ୍ରେକ୍ । କମିବ ବର୍ଷାର ପରିମାଣ । ବର୍ଷାର ପରିମାଣ କମିବା ପରେ ଜାରି ହୋଇଥିବା ୟେଲୋ ୱାର୍ଣ୍ଣିଂକୁ ହଟାଇ ଦିଆଯାଇଛି । ଅବଶ୍ୟ ଆସନ୍ତା ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିରି ଓ କେନ୍ଦୁଝର । ଏହି ୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ରାଜ୍ୟରେ ଭାରି ବର୍ଷାର ସମ୍ଭାବନା ନଥିବା ବେଳେ ୧୩ ତାରିଖ ଯାଏ କିଛି କିଛି ସ୍ଥାନରେ ହାଲକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୩ ତାରିଖ ଯାଏ କୌଣସି ସତର୍କ ସୂଚନା ନ ଥିବା ବେଳେ ୧୪ରୁ ପୁଣି ବର୍ଷାର ବିସ୍ତୃତି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Next Post