ଉପକୂଳରେ ବଢ଼ିବ ବର୍ଷା

ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଥମେ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପ୍ରଭାବରେ ୨୨ ତାରିଖଠାରୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି, ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ। ୨୨ ତାରିଖ ସକାଳଠାରୁ ୨୩ ତାରିଖ ପୂର୍ବାହ୍ନ ମଧ୍ୟରେ ଉପକୂଳ ଜିଲ୍ଲାଗୁଡ଼ିକ ସମେତ ଖୋର୍ଦ୍ଧା, ନୟାପଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବ। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।