ଏବେଠୁ କଲବଳ କଲାଣି ତାତି
ଓଡିଶାରେ ତାତି ସହ ଗୁଳୁଗୁଳି ଅସ୍ତବ୍ୟସ୍ତ କରିବ ।ଦୁଇ ଦିନ ପରେ ରାଜ୍ୟରେ ଉପରମୁହାଁ ହେବ ପାରଦ । ଉପାନ୍ତରୁ ଉପକୂଳ ସବୁଠି ହେବ ଅସମ୍ଭାଳ ତାତି । ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାପମାତ୍ରା । ଉପକୂଳ ଓଡ଼ିଶା ଅପେକ୍ଷା ଆଭ୍ୟନ୍ତରୀଣ ଓଡିଶା ଅସମ୍ଭାଳ ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି ।