ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଉପକୂଳ ଓଡ଼ିଶା ସମେତ ଗଜପତି, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଲାଗିରହିବ। ଏହାସତ୍ତ୍ବେ ଆସନ୍ତା ୨୫ ତାରିଖ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବଙ୍ଗୋପସାଗରରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବା ସହ ଉତ୍ତର-ପୂର୍ବ ଦିଗରେ ଗତି କରିବ। ୨୪ ତାରିଖ ସକାଳ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ ଏହା ଅଧିକ ତୀବ୍ର ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିବ। ପ୍ରଭାବରେ ୨୨ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୩୫ରୁ ୪୫ କିମି ବେଗରେ ପବନ ହେବ। ସ୍ଥଳ ବିଶେଷରେ ପବନର ବେଗ ଘଣ୍ଟାପ୍ରତି ୫୫ କିମିରେ ପହଞ୍ଚିପାରେ। ୨୩ ତାରିଖ ବେଳକୁ କେନ୍ଦ୍ରୀୟ ଓ ସଂଲଗ୍ନ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ସହ ମଝିରେ ମଝିରେ ୬୦ କିମିରେ ଝଟକା ଦେବ। ୨୪ ତାରିଖ ସକାଳ ବେଳକୁ ଅବପାତଟି ଉତ୍ତର ବଙ୍ଗୋପସାଗରରେ ପହଞ୍ଚିଲା ବେଳକୁ ପବନର ବେଗ ୭୦ କିମିରେ ପହଞ୍ଚିଥିବ। ଏହି ସମୟରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନେ ୨୩ ତାରିଖଠାରୁ କେନ୍ଦ୍ରୀୟ ଓ ୨୪ ତାରିଖଠାରୁ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ର ଭିତରେ ଅଛନ୍ତି ସେମାନେ ଫେରି ଆସିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
Prev Post