କାଲିଠୁ ବଢ଼ିବ ବର୍ଷା
ମୌସୁମୀ ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଅନୁଗୁଳ, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୪ ଓ ୧୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।ପରବର୍ତ୍ତୀ ସମୟରେ ପାଗରେ ପରିବର୍ତ୍ତନ ଆସିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେପଟେ ପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।