କେଉଁଠି ବି ତାତିରୁ ନିସ୍ତାର ମିଳୁ ନାହିଁ। ଦିନ ବଢ଼ିବା ସହ ତାତିର ପ୍ରକୋପ ଏତେ ବଢ଼ିଯାଉଛି ଯେ ଶରୀରରୁ ଜଳୀୟ ଅଂଶ କମିଯାଉଛି। ସ୍ଥାନେ ସ୍ଥାନେ ଲୋକେ ଅଣନିଶ୍ବାସୀ ହୋଇପଡ଼ୁଛନ୍ତି। ତାତି ପ୍ରକୋପରେ କିଏ ରାସ୍ତାରେ ଟଳି ପଡ଼ୁଛନ୍ତି ତ ଆଉ କିଏ ପ୍ରତି ମୂହୂର୍ତ୍ତରେ ଗଛ ଛାଇ ଖୋଜୁଛନ୍ତି। ଲଗାତାର ୧୨ ଦିନ ହେଲା ସାରା ରାଜ୍ୟରେ ଏଭଳି ସ୍ଥିତି ଲାଗିରହିଛି। ଆଗାମୀ ୪ ଦିନ ଆହୁରି ଭୟଙ୍କର ସ୍ଥିତିର ସାମ୍ନା କରିବାକୁ ପଡ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ଏବେ ରାଜ୍ୟ ମଧ୍ୟକୁ ଶୁଷ୍କ ବାୟୁ ପ୍ରବେଶ କରୁଛି, ଯାହାକି ଆଗାମୀ ୫ରୁ ୬ ଦିନ ପର୍ଯ୍ୟନ୍ତ ଲାଗିରହିବ। ତେଣୁ ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ଆଗାମୀ ୪୮ ଘଣ୍ଟା ମଧ୍ୟରେ କିଛି ସ୍ଥାନରେ ଦିନ ତାପମାତ୍ରାରେ ଆହୁରି ୨ ଡିଗ୍ରି ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ଉଷ୍ମ ପାଣିପାଗ ସ୍ଥିତି ଜାରି ରହିବ। ଆସନ୍ତା ଦୁଇ ଦିନ ମଧ୍ୟରେ ୧୮ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ(ହିଟ୍ୱେଭ୍)ରୁ ଭୀଷଣ ଗ୍ରୀଷ୍ମପ୍ରବାହ(ସିଭିଅର ହିଟ୍ୱେଭ୍) ସ୍ଥିତି ଲାଗିରହିବାକୁ ଥିବାରୁ ରେଡ୍ ଆଲର୍ଟ ଜାରି ହୋଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୨୭ରୁ ୨୯ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସର୍ବୋଚ୍ଚ ତାପମାତ୍ରା ୩୯ରୁ ୪୧ ଡିଗ୍ରି ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ୪୧ରୁ ୪୩ ଡଗ୍ରି ମଧ୍ୟରେ ରହିବାର ସମ୍ଭାବନା ରହିଛି। ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ଉପକୂଳରେ ୨୪ରୁ ୨୬ ଡିଗ୍ରି ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୨୨ରୁ ୨୫ ଡିଗ୍ରି ମଧ୍ୟରେ ରହିଛି। ଏହି ସମୟରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବ। ୨୭ ଓ ୨୮ ତାରିଖରେ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ନୂଆପଡ଼ା, ଅନୁଗୁଳ, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି, ଯାଜପୁର, ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ହିଟ୍ୱେଭ୍ରୁ ସିଭିଅର ହିଟ୍ୱେଭ୍ ଅନୁଭୂତ ହେବାକୁ ଥିବାରୁ ରେଡ୍ ଆଲର୍ଟ ଜାରି କରାଯାଇ ଜିଲ୍ଲା ପ୍ରଶାସନକୁ ସଜାଗ ରଖାଯାଇଛି।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post
Next Post