ଖସିବ ତାପମାତ୍ରା
ଆଜିଠାରୁ ପାଗରେ ପରିବର୍ତ୍ତନ ଆସିବ। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଗଜପତି, କନ୍ଧମାଳ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ସହ ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ମେ ୭ରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ସହ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହୋଇପାରେ। ଏପରିକି ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା(୭ରୁ ୧୧ ସେମି) ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ଅନୁଗୁଳ, କେରାପୁଟ ଓ ରାୟଗଡ଼ା ଜିଲ୍ଲାରେ ମଧ୍ୟ କାଳବୈଶାଖୀ ପ୍ରଭାବ ରହିବ। ୮ ତାରିଖ ବେଳକୁ କାଳବୈଶାଖୀ ସହ ବର୍ଷା ପ୍ରଭାବ ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।