ପୁଣି ଫେରିବ ହାଡଭଙ୍ଗା ଶୀତ। କମିବ ଦିନ ତାପମାତ୍ରା। ବଢିବ ଶୀତ। ଉପାନ୍ତରୁ ଉପକୂଳ ସବୁଠି ଦେଖାଦେଇଛି ଏଭଳି ପାଗ । ଘନ କୁହୁଡିର ଚାଦର ତଳେ ସାରା ଓଡ଼ିଶା । ଆସନ୍ତାକାଲି ପର୍ଯ୍ୟନ୍ତ ଅତି ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଝାରସୁଗୁଡ଼ା, ସୁନ୍ଦରଗଡ, ସମ୍ବଲପୁର, ଢେଙ୍କାନାଳ, କେଉଁଝର, ଯାଜପୁର,ଭଦ୍ରକ,ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ଗଞ୍ଜାମ,କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର ଜିଲ୍ଲାରେ ଘନ କୁହୁଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ବର୍ତ୍ତମାନ ମେଘମୁକ୍ତ ଆକାଶ ରହିଥିବା ବେଳେ ଦୁଇ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ଦୁଇଦିନ ପରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବା ସହ କିଛି ଜିଲ୍ଲାରେ ହାଡଭଙ୍ଗା ଶୀତ ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।
Trending
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ