ଦିନକୁ ଦିନ ଖସୁଛି ପାରଦ । ଧିରେ ଧିରେ ଶୀତ ବଢ଼ିଲାଣି । କିଛି ଜିଲ୍ଲାରେ ଶୀତ ଅନୁଭୂତ ହେଲାଣି । କିନ୍ତୁ କୁହାଯାଉଛି କି ଚଳିତ ବର୍ଷ ଶୀତ କମ୍ ହେବ। ବର୍ତ୍ତମାନ ନଭେମ୍ୱର ମାସ ଆରମ୍ଭ ହୋଇଗଲାଣି। ନଭେମ୍ୱର ମାସରେ ଯେମିତି ଶୀତ ଅନୁଭୂତ ହେବା କଥା ସେପରି ଶୀତ ହେଉନଥିବା ଦେଖିବାକୁ ମିଳିଛି।ତେବେ ଚଳିତ ବର୍ଷ ଏଲ ନିନୋ ପ୍ରଭାବରେ ଶୀତ କମ ଅନୁଭୂତ ହେବ ବୋଲି କୁହାଯାଉଛି । ଭାରତୀୟ ପାଣିପାଗ ବିଭାଗ ଏ ନେଇ ପୂର୍ବାନୁମାନ କରିଛି । ସେହିପରି ନଭେମ୍ବରରେ ଉତ୍ତର ଭାରତ ଓ ମଧ୍ୟ ଭାରତର କିଛି ସ୍ଥାନକୁ ଛାଡି ଦେଶର ଅନ୍ୟ ସବୁ ଅଞ୍ଚଳରେ ସ୍ୱାଭାବିକ ଠାରୁ ଅଧିକ ରହିବ ତାପମାତ୍ରା ।ସେପଟେ ଆସନ୍ତା ୫ରୁ ୬ ଦିନ ପର୍ଯ୍ୟନ୍ତ ଅଳ୍ପ କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ ବୋଲି ସୂଚନାମିଳିଛି । ଗୁରୁବାର ଓ ଶୁକ୍ରବାର ଉପକୂଳ ଓଡିଶା ସମେତ କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ, କେନ୍ଦୁଝର, ମୟୂରଭଞ୍ଜ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।
Trending
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ମୟୂରଭଞ୍ଜର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧ ପରିକର – ଧର୍ମେନ୍ଦ୍ର ପ୍ରଧାନ
- ଇ-ପ୍ରଶାସନର ଜ୍ୱଳନ୍ତ ଉଦାହରଣ ପାଲଟିଛି କେନ୍ଦୁଝରର ଶୁଆକାଟି ପଞ୍ଚାୟତ
Prev Post
Next Post