ଦିନକୁ ଦିନ ଖସୁଛି ପାରଦ । ଧିରେ ଧିରେ ଶୀତ ବଢ଼ିଲାଣି । କିଛି ଜିଲ୍ଲାରେ ଶୀତ ଅନୁଭୂତ ହେଲାଣି । କିନ୍ତୁ କୁହାଯାଉଛି କି ଚଳିତ ବର୍ଷ ଶୀତ କମ୍ ହେବ। ବର୍ତ୍ତମାନ ନଭେମ୍ୱର ମାସ ଆରମ୍ଭ ହୋଇଗଲାଣି। ନଭେମ୍ୱର ମାସରେ ଯେମିତି ଶୀତ ଅନୁଭୂତ ହେବା କଥା ସେପରି ଶୀତ ହେଉନଥିବା ଦେଖିବାକୁ ମିଳିଛି।ତେବେ ଚଳିତ ବର୍ଷ ଏଲ ନିନୋ ପ୍ରଭାବରେ ଶୀତ କମ ଅନୁଭୂତ ହେବ ବୋଲି କୁହାଯାଉଛି । ଭାରତୀୟ ପାଣିପାଗ ବିଭାଗ ଏ ନେଇ ପୂର୍ବାନୁମାନ କରିଛି । ସେହିପରି ନଭେମ୍ବରରେ ଉତ୍ତର ଭାରତ ଓ ମଧ୍ୟ ଭାରତର କିଛି ସ୍ଥାନକୁ ଛାଡି ଦେଶର ଅନ୍ୟ ସବୁ ଅଞ୍ଚଳରେ ସ୍ୱାଭାବିକ ଠାରୁ ଅଧିକ ରହିବ ତାପମାତ୍ରା ।ସେପଟେ ଆସନ୍ତା ୫ରୁ ୬ ଦିନ ପର୍ଯ୍ୟନ୍ତ ଅଳ୍ପ କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ ବୋଲି ସୂଚନାମିଳିଛି । ଗୁରୁବାର ଓ ଶୁକ୍ରବାର ଉପକୂଳ ଓଡିଶା ସମେତ କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ, କେନ୍ଦୁଝର, ମୟୂରଭଞ୍ଜ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post
Next Post