ଦିନ ତାପମାତ୍ରା ବଢ଼ିବାରେ ଲାଗିଛି। ଆଗାମୀ ଦିନରେ ଏହି ପବନର ପ୍ରଭାବ ଆହୁରି ବୃଦ୍ଧି ପାଇପାରେ। ଫଳରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୪ରୁ ୬ ଡିଗ୍ରି ବଢ଼ିବା ସହ କିଛି ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ (ହିଟ୍ୱେଭ୍) ପରିସ୍ଥିତି ଉପୁଜିବ। ତାହାକୁ ନଜରରେ ରଖି ୧୮ ତାରିଖ ପର୍ଯ୍ୟନ୍ତ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ପକ୍ଷରୁ ହିଟ୍ୱେଭ୍ ସହ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଓଡ଼ିଶାର ଅଧା ଜିଲ୍ଲା ପ୍ରଭାବିତ ହେବାକୁ ଥିବାରୁ ଲୋକେ ସତର୍କତା ଅବଲମ୍ବନ କରିବାକୁ ମଧ୍ୟ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ ୧୫ ତାରିଖରେ କଟକ, ନୟାଗଡ଼, ଢେଙ୍କାନାଳ, ଭଦ୍ରକ ଓ ଯାଜପୁରରେ ହିଟ୍ୱେଭ୍ ସହ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରଚଣ୍ଡ ଗରମ ଅନୁଭୂତ ହେବ। ୧୬ରୁ ୧୮ ତାରିଖ ମଧ୍ୟରେ କଟକ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ହିଟ୍ୱେଭ୍ ପରିସ୍ଥିତି ଦେଖାଦେବ। ଅଧିକାଂଶ ସ୍ଥାନରେ ତାପମାତ୍ରା ୪୨ ଡିଗ୍ରି ଟପିବା ସହ ଗୋଟିଏ ଦୁଇଟି ସ୍ଥାନରେ ପାରଦ ୪୫ ଡିଗ୍ରି ଛୁଇଁପାରେ। ତେଣୁ ଏହି ସମୟରେ ମଦ୍ୟପାନ, ଚା’, କଫି, ମୃଦୁପାନୀୟ, ଉଚ୍ଚ ପୃଷ୍ଟିସାର ଖାଦ୍ୟ, ବାସିଖାଦ୍ୟ ସେବନ ନ କରିବା, ଛୋଟପିଲା ଓ ପୋଷା ଜୀବଜନ୍ତୁଙ୍କୁ ପାର୍କିଂ ଗାଡ଼ି ଭିତରେ ନ ଛାଡ଼ି ଯିବାକୁ କୁହାଯାଇଛି। ପିକ୍ ଆୱାର(ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ୩ଟା)ରେ ନିର୍ବାଚନ ସମ୍ପର୍କିତ ଶୋଭାଯାତ୍ରା, ସଭାରେ ଯୋଗଦେବାଠାରୁ ଦୂରେଇ ରହିବା ଲାଗି ସତର୍କ କରାଯାଇଛି।
Trending
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
- ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ : ମୁଖ୍ୟମନ୍ତ୍ରୀ
- ନଭି ମୁମ୍ବାଇ ଏୟାରପୋର୍ଟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା
- ଆଜି ରାଜ୍ୟବ୍ୟାପୀ ଓକିଲଙ୍କ କଲମଛାଡ଼ ଆନ୍ଦୋଳନ
- କଟକରେ ସ୍ଵାଭାବିକ ହୋଇଛି ଇଣ୍ଟରନେଟ ସେବା
- ବିଳାସପୁରରେ ଭୂସ୍ଖଳନ ଯୋଗୁଁ ୧୮ ମୃତ , ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
Next Post