ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ଜାରି ରହିଛି ତୁହାକୁ ତୁହା ବର୍ଷା । ଏଥିପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଗାଡ଼ି ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି ।୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବଜ୍ରପାତ ସମ୍ଭାବନା ଥିବା ଜିଲ୍ଲାଗୁଡିକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ. ଯାଜପୁର, କେନ୍ଦ୍ରପଡା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ ଓ ପୁରୀ । ସେହିଭଳି କୋରାପୁଟ, ମାଲକାନଗିରି, ରାୟଗଡା, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Trending
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
Prev Post
Next Post