ଆସନ୍ତା ୬ ତାରିଖ ଯାଏ ତାତିରୁ ନାହିଁ ନିସ୍ତାର । ଯାହାକୁ ନେଇ କେଉଁଝର, ଅନୁଗୁଳ, ବୌଦ୍ଧ, ନୟାଗଡ଼, ବଲାଙ୍ଗୀର, ମାଲକାନଗିରିକୁ ହିଟୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି । ଏହାସହ ରାଜ୍ୟରେ ଉଷ୍ମ ରାତିର ସ୍ଥିତି ଜାରି ରହିବ। ଗରମ ସହ ଅନେକ ସ୍ଥାନରେ ୫୦ରୁ ୭୦ ପ୍ରତିଶତ ଆର୍ଦ୍ରତା ରହୁଛି ବୋଲି ପାଣିପାଗ ବିଭାଗର ରେକର୍ଡରୁ ଜଣାପଡିଛି। ତେବେ ଉଷ୍ମ ଓ ଆର୍ଦ୍ର ସ୍ଥିତି ୬ ତାରିଖ ପର୍ୟ୍ୟନ୍ତ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଉଷ୍ମ ରାତିର ସ୍ଥିତିକୁ ନେଇ ବଲାଙ୍ଗୀର, ବୌଦ୍ଧ, ଭଦ୍ରକ, କନ୍ଧମାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅପରପକ୍ଷେ ଏପ୍ରିଲ ୬ ତାରିଖରୁ ରାଜ୍ୟରେ କାଳବୈଶାଖୀର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।ସୂଚନା ଥାଉକି, ଗତକାଲି ଦିନର ତାପମାତ୍ରା ୪୨ ଡିଗ୍ରୀକୁ ଛୁଇଁବା ସହ ପ୍ରବଳ ଖରାରେ ସିଝିଥିଲା ସାରା ଓଡ଼ିଶା। ଯାହାକୁ ନେଇ ଗତକାଲି ରାଜ୍ୟର ୧୧ଟି ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିଲା । ମାଲକାନଗିରି ଓ ବୌଦ୍ଧ ଚଳିତ ସିଜିନରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୨ ଡିଗ୍ରୀ ସହ ରେକର୍ଡ କରାଯାଇଥିଲା । ସେହିପରି ଅନୁଗୁଳ ଓ ବଲାଙ୍ଗିର ୪୧.୭ ଏବଂ ଝାରସୁଗୁଡ଼ାରେ ୪୧.୬ ଡିଗ୍ରୀ ରେକର୍ଡ ହୋଇଥିଲା। ଅନ୍ୟପଟେ ଗତକାଲି ରାଜଧାନୀ ଭୁବନେଶ୍ୱରରେ ପାରଦ ୩୭.୪ ଡିଗ୍ରୀ ଥିଲେ ବି ପ୍ରବଳ ଗୁଳୁଗୁଳି ଅନୁଭୁତ ହୋଇଛି।
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
Next Post