ତିନି ଦିନ ହେଲା ମୌସୁମୀ ଉଭାନ ହୋଇଯାଇଥିବା ବେଳେ ସାରା ରାଜ୍ୟରେ ଗ୍ରୀଷ୍ମପ୍ରବାହ ଲାଗିରହିଛି। ଆଜି ଦିନରେ ୧୬ଟି ସହରର ତାପମାତ୍ରା ୪୦ ଡିଗ୍ରି କିମ୍ବା ଅଧିକ ରହିଥିଲା। ନୂଆପଡ଼ାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୩.୭ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ମାଲକାନଗିରିରେ ୪୩.୫, ବୌଦ୍ଧରେ ୪୩.୨, ଝାରସୁଗୁଡ଼ାରେ ୪୨.୬ ଡିଗ୍ରି ରହିଥିଲା। ବାଲେଶ୍ବର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, ଗଞ୍ଜାମ, ଗଜପତି, ବୌଦ୍ଧ ଓ ଖୋର୍ଦ୍ଧା ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ହୋଇଥିବା ବେଳେ ବଲାଙ୍ଗୀର ଓ ସମ୍ବଲପୁରରେ ଉଷ୍ମ ରାତି ରହିଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାରେ ପୁଣିଥରେ ମୌସୁମୀ ସକ୍ରିୟ ହେବାର ସମ୍ଭାବନା ନାହିଁ। ବରଂ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ୧୨ରୁ ୧୫ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସର୍ବୋଚ୍ଚ ତାପମାତ୍ରା ୩୬ରୁ ୩୮ ଡିଗ୍ରି ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୪୦ରୁ ୪୫ ଡିଗ୍ରି ମଧ୍ୟରେ ରହିବ। ସର୍ବନିମ୍ନ ତାପମାତ୍ରାରେ ସେଭଳି କୌଣସି ଫରକ ଦେଖିବାକୁ ମିଳିବ ନାହିଁ। ଉପକୂଳ ଓଡ଼ିଶାରେ ୧୫ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଗୁଳୁଗୁଳି ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
Next Post