ତିନି ଦିନ ହେଲା ମୌସୁମୀ ଉଭାନ ହୋଇଯାଇଥିବା ବେଳେ ସାରା ରାଜ୍ୟରେ ଗ୍ରୀଷ୍ମପ୍ରବାହ ଲାଗିରହିଛି। ଆଜି ଦିନରେ ୧୬ଟି ସହରର ତାପମାତ୍ରା ୪୦ ଡିଗ୍ରି କିମ୍ବା ଅଧିକ ରହିଥିଲା। ନୂଆପଡ଼ାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୩.୭ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ମାଲକାନଗିରିରେ ୪୩.୫, ବୌଦ୍ଧରେ ୪୩.୨, ଝାରସୁଗୁଡ଼ାରେ ୪୨.୬ ଡିଗ୍ରି ରହିଥିଲା। ବାଲେଶ୍ବର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, ଗଞ୍ଜାମ, ଗଜପତି, ବୌଦ୍ଧ ଓ ଖୋର୍ଦ୍ଧା ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ହୋଇଥିବା ବେଳେ ବଲାଙ୍ଗୀର ଓ ସମ୍ବଲପୁରରେ ଉଷ୍ମ ରାତି ରହିଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାରେ ପୁଣିଥରେ ମୌସୁମୀ ସକ୍ରିୟ ହେବାର ସମ୍ଭାବନା ନାହିଁ। ବରଂ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ୧୨ରୁ ୧୫ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସର୍ବୋଚ୍ଚ ତାପମାତ୍ରା ୩୬ରୁ ୩୮ ଡିଗ୍ରି ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୪୦ରୁ ୪୫ ଡିଗ୍ରି ମଧ୍ୟରେ ରହିବ। ସର୍ବନିମ୍ନ ତାପମାତ୍ରାରେ ସେଭଳି କୌଣସି ଫରକ ଦେଖିବାକୁ ମିଳିବ ନାହିଁ। ଉପକୂଳ ଓଡ଼ିଶାରେ ୧୫ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଗୁଳୁଗୁଳି ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
Trending
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
Next Post