ତାତିରୁ ସାମାନ୍ୟ ଆଶ୍ୱସ୍ତି
ଅସହ୍ୟ ଗୁଳୁଗୁଳି ରୁ ମିଳିଲା ସାମାନ୍ୟ ନିସ୍ତାର । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଏକ ଘୂର୍ଣ୍ଣିବଳୟ । କିନ୍ତୁ ଆଗାମୀ ୩ ଦିନ ଯାଏଁ ଉପକୂଳବର୍ତ୍ତୀ ଜିଲ୍ଲା ମାନଙ୍କରେ ପ୍ରବଳ ଗୁଳୁଗୁଳି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ପଶ୍ଚିମ ଓଡ଼ିଶାରେ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିବା ସହ ଆଗାମୀ ୫ ଦିନ ଯାଏଁ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି ।