ଜାଡ଼ରେ ଥରୁଛି ସାରା ଓଡ଼ିଶା । ପଶ୍ଚିମରୁ ଦକ୍ଷିଣ, ଉତ୍ତରରୁ ଉପକୂଳ ସବୁଠି ଅସହ୍ୟ ଥଣ୍ଡା । ସବୁଠି ରାତିର ତାପମାତ୍ରା କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ୧ ଡିଗ୍ରୀକୁ ଖସିଲା ଶିମିଳିପାଳ ତାପମାତ୍ରା। ଶିମିଳିପାଳରେ ଏବେ ଘାସ ପଡ଼ିଆର ଶିଶିର ବୁନ୍ଦା ସବୁ ବରଫ ହୋଇଥିବା ଦେଖିବାକୁ ମିଳୁଛି। ଅସହ୍ୟ ଶୀତ ଯୋଗୁଁ ଶିମିଳିପାଳ ଭିତରେ ରହୁଥିବା ଗ୍ରାମବାସୀଙ୍କ ଅବସ୍ଥା ଏବେ କହିଲେ ନସରେ। ଥଣ୍ଡା ପ୍ରକୋପ ସାଙ୍ଗକୁ ଘନକୁହୁଡ଼ି ଲାଗି ରହୁଥିବାରୁ ରାତି ୩ରୁ ସକାଳ ୯ଟା ପର୍ଯ୍ୟନ୍ତ କିଛି ଦୃଶ୍ୟମାନ ହେଉନି।ସେହିପରି ହାଡ଼ ଭଙ୍ଗା ଶୀତ ପାଇଁ ସକାଳ ଏବଂ ସନ୍ଧ୍ୟାରେ ରାସ୍ତାଘାଟ ଶୂନସାନ ହେଇଯାଉଛି । ତେବେ ଏଭଳି ଜାଡରେ ବି ଶିମିଳପାଳର ସୁନ୍ଦର ଦୃଶ୍ୟ ଦେଖିବା ପାଇଁ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି । ଶୀତ ଦିନ ପାଇଁ ଏଠାରେ ଶୀତ ବସ୍ତ୍ର ଦୋକାନ ପଡ଼ିଛି । ଲୋକମାନେ ଶୀତ ବସ୍ତ୍ର କିଣିବା ପାଇଁ ଭିଡ଼ ଲାଗାଇଛନ୍ତି । ଅନ୍ୟପଟେ ଦୋକାନୀ ମାନଙ୍କର ବି ଭଲ ଦୁଇ ପଇସା ରୋଜଗାର ହେଉଛି ।
Trending
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ