ପାଣିପାଗରେ ପରିବର୍ତ୍ତନ

ଆଗାମୀ ଦୁଇ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ କୋହଲା ପାଗ । ଦକ୍ଷିଣ ଛତିଶଗଡ଼ ବାୟୁମଣ୍ଡଳ ଉପରି ଭାଗରେ ଥିବା ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳ ବିଶେଷ ଭାବେ ଉତ୍ତର ଉପକୂଳ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା, ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ଆଶଙ୍କା କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।