ବଙ୍ଗୋପସାଗରରେ ସୃଷ୍ଟିହୋଇଥିବା ଘୃର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆସନ୍ତା ୨୩ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପନେବା ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଏହାର ପ୍ରଭାବରେ ୨୪ତାରିଖରେ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଞ୍ଜାମ ଓ ଗଜପତିରେ ହାଲୁକା ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୫ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଉପକୂଳ ଓଡ଼ିଶା ସମେତ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ଅନୁଗୁଳ, ଢ଼େଙ୍କାନାଳ ଓ ନୟାଗଡ଼ ଜିଲ୍ଲାରେ ବର୍ଷା ହେବ । ବିଶେଷ କରି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଏହି ସମୟରେ ଘଣ୍ଟା ପ୍ରତି ୫୦ରୁ ୬୦ କି.ମି ବେଗରେ ପବନ ବହିବ । ଏପରିକି ସ୍ଥଳ ବିଶେଷରେ ଏହା ୭୦ କି.ମି ଛୁଇଁବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ଅବପାତଟି ପ୍ରଥମେ ଆନ୍ଧ୍ରମୁହାଁ ହୋଇ ଦିଗ ପରିବର୍ତ୍ତନ କରିବାପରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
Prev Post
Next Post