ପ୍ରବଳ ବରଷିବ
ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ବୁଧବାର ସକାଳ ସୁଦ୍ଧା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁରରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୬ ତାରିଖ ବେଳକୁ ବର୍ଷା ପରିମାଣ ପୁଣି ବଢ଼ିବ। ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବ ଏବଂ ପରବର୍ତ୍ତୀ ସମୟରେ ବର୍ଷା ଲାଗିରହିବ।