ପ୍ରବଳ ବର୍ଷା
ଆଗାମୀ ୨୬ ତାରିଖ ଯାଏ ପ୍ରବଳ ବର୍ଷା ଜାରି ରହିବ। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟେ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ଆସନ୍ତା ୨୪ ଘଣ୍ଟା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର,ଭଦ୍ରକ, ବାଲେଶ୍ଵର, ମୟୁରଭଞ୍ଜ, ଯାଜପୁର , କେନ୍ଦୁଝର ଏହି ୧୯ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲ୍ଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ପାଇଁ ୧୫ ଜିଲ୍ଲା ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡା, କୋରାପୁଟ, ମାଲକାନଗିରି , ନବରଙ୍ଗପୁର, ନୂଆପଡା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁରକୁ ୟେଲ୍ଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି।