ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ରାଜ୍ୟରେ ବର୍ଷା ଲାଗି ରହିଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ପାଗ ମେଘୁଆ ରହିଥିବାବେଳେ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଏବଂ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୬ରୁ ପାଗରେ ପରିବର୍ତ୍ତନ ଆସିପାରେ। ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁର (ବରଗଡ଼)ରେ ୧୧୪ ମି.ମି., ରାୟଗଡ଼ାର ପଦ୍ମପୁରରେ ୧୧୪ମି.ମି., ଢେଙ୍କାନାଳର କଙ୍କଡ଼ାହାଡ଼ରେ ୧୦୯.୬ ମି.ମି., ସୁବର୍ଣ୍ଣପୁରରେ ୧୦୮.୮ମି.ମି., ବୌଦ୍ଧ ଖଇରମାଳରେ ୯୭.୮ମି.ମି., ସମ୍ବଲପୁରର ବାମରରେ ୯୭.୪ ଏବଂ ଜୁଜୁମରାରେ ୯୩.୮ ମି.ମି. ବର୍ଷା ହୋଇଛି। ସୋମବାର ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ଦେବଗଡ଼ ଏବଂ ଅନୁଗୋଳ ଜିଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା (୭ରୁ ୨୦ ସେ.ମି.) ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
Trending
- କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ
- ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ କାର୍ଯ୍ୟ ଶେଷ
- ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
Next Post