ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ରାଜ୍ୟରେ ବର୍ଷା ଲାଗି ରହିଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ପାଗ ମେଘୁଆ ରହିଥିବାବେଳେ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଏବଂ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୬ରୁ ପାଗରେ ପରିବର୍ତ୍ତନ ଆସିପାରେ। ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁର (ବରଗଡ଼)ରେ ୧୧୪ ମି.ମି., ରାୟଗଡ଼ାର ପଦ୍ମପୁରରେ ୧୧୪ମି.ମି., ଢେଙ୍କାନାଳର କଙ୍କଡ଼ାହାଡ଼ରେ ୧୦୯.୬ ମି.ମି., ସୁବର୍ଣ୍ଣପୁରରେ ୧୦୮.୮ମି.ମି., ବୌଦ୍ଧ ଖଇରମାଳରେ ୯୭.୮ମି.ମି., ସମ୍ବଲପୁରର ବାମରରେ ୯୭.୪ ଏବଂ ଜୁଜୁମରାରେ ୯୩.୮ ମି.ମି. ବର୍ଷା ହୋଇଛି। ସୋମବାର ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ଦେବଗଡ଼ ଏବଂ ଅନୁଗୋଳ ଜିଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା (୭ରୁ ୨୦ ସେ.ମି.) ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
Next Post