ଆଜି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି ।କ୍ରମଶଃ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିବ ।ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ସେହିପିର ପ୍ରବଳ ବର୍ଷା ସମ୍ଭାବନା ଥିବା ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଜିଲ୍ଲାପାଳମାନଙ୍କୁ ଏ ନେଇ ପ୍ରସ୍ତୁତ ରହିବାକୁ ଏସ୍ଆରସିଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Next Post