ଫେରୁଛି ତାତି!
ରାଜ୍ୟକୁ ପୁଣି ଫେରିବ ତାତି । ଆଉ ୨୪ ଘଣ୍ଟା ପରେ ପାରଦ ହେବ ଉପରମୁହାଁ । ଏ ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଗୁରୁବାରଠାରୁ ଦିନର ତାପମାତ୍ରା ୨ରୁ ୪ଡିଗ୍ରୀ ବୃଦ୍ଧି ପାଇବା ନେଇ ଆକଳନ କରାଯାଇଛି । ତେବେ ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବାର ସମ୍ଭାବନା ରହିଛି । କିନ୍ତୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ କୌଣସି ହିଟ୍ୱେଭ ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ନାହିଁ ବୋଲି ବିଭାଗ ସ୍ପଷ୍ଟ କରିଛି ।