ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ୨୭ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ୨୯ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବ। ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ପଡ଼ିବାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପ୍ରାରମ୍ଭିକ ଆକଳନରୁ ଜଣାପଡ଼ିଛି। ଅନ୍ୟପଟେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ଶୁଖିଲା ରହିବ। ଶୀତ ବଢ଼ିବାର ସମ୍ଭାବନା ମଧ୍ୟ ନଥିବାର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତାକାଲି ୨୫ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ।
Trending
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
Prev Post
Next Post