ସୃଷ୍ଚି ହେଲା ବାତ୍ୟା ହାମୁନ୍ । ଗଭୀର ଅବପାତ ଆଜି ସାଇକ୍ଲୋନ୍ ଷ୍ଟର୍ମରେ ପରିଣତ ହୋଇଛି । ଆସନ୍ତା ୧୨ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ । ହାମୁନ ଭୀଷଣ ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି । ବାତ୍ୟା ମୁହାଁଇବ ବାଂଲାଦେଶ । ଏହା ବର୍ତ୍ତମାନ ଘଣ୍ଟାପ୍ରତି ୧୪ କିଲୋମିଟର ବେଗରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ । ହାମୁନ ପାରାଦୀପ ଉପକୂଳରୁ ୨୩୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ, ପଶ୍ଚିମବଙ୍ଗର ଦୀଘାରୁ ୩୬୦ କିଲୋମିଟର ଦକ୍ଷିଣ ଓ ବାଂଲାଦେଶର ଖେପୁପୁରାରୁ ୫୧୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ କେନ୍ଦ୍ରୀଭୂତ ରହିଛି ।ଆସନ୍ତା ୧୨ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ସିଭିଅର ସାଇକ୍ଲୋନିକ୍ ଷ୍ଟର୍ମ ବା ଭୀଷଣ ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି । ପରେ ବାତ୍ୟା ହାମୁନ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ । ୨୫ ତାରିଖ ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଉପକୂଳକୁ ଗଭୀର ଅବପା ଭାବରେ ଖେପପୁରା ଓ ଚିଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି ।
Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ