ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳରୁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଉତ୍ତର ଓଡ଼ିଶାରେ ଏହାର ଅଧିକ ପ୍ରଭାବ ରହିପାରେ । ଏହାମଧ୍ୟରେ ମୟୁରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର । ଏହାବ୍ୟତୀତ କିଛି ଜିଲ୍ଲାକୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି ।ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ଷା ଆହୁରି ଦୁଇ ଦିନ ଲାଗି ରହିବ । ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ । ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ବାଲେଶ୍ୱର ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ମାଟି ଘର ଭାଙ୍ଗିବା ସହ ତଳିଆ ଅଞ୍ଚଳରେ ପାଣି ଜମିପାରେ ।କିଛି ନଦୀରେ ଜଳପତ୍ତନ ବୃଦ୍ଧି ଘଟିବା ଆଶଙ୍କା ଥିବାରୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେପଟେ ମୟୂରଭଞ୍ଜରେ ଲଗାଣ ବର୍ଷା ଯୋଗୁଁ ବଡବିଲ ଗାଁରେ ଭୁଶୁଡିପଡିଛି ଘର । ଏଥିରେ ଜଣେ ୫୨ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ପରିବାରର ଆଉ ତିନି ଜଣ ଆହତ ହୋଇଛନ୍ତି । ଏପଟେ ଲଘୁଚାପ ଜନିତ ଲଗାଣ ବର୍ଷା ପରେ ଫୁଲୁଛି ଜଳକା ନଦୀ । ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ନଦୀର ଜଳସ୍ତର ।
Trending
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
- ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ୨୦୨୫ ବିହାର ବିଧାନସଭା ନିର୍ବାଚନ- ତେଜସ୍ୱୀ ଯାଦବ ବିରୋଧୀ ମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ
- କେରଳର ପବିତ୍ର ଶବରୀମାଳା ଶ୍ରୀ ଆୟାପ୍ପା ମନ୍ଦିର ପ୍ରବେଶ କରି ଇତିହାସ ରଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ‘ୟୁନିଟ୍-୧’ ହାଟ ରେ ଭୟାବହ ଅଗ୍ନିକାଣ୍ଡ
Prev Post
Next Post