ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳରୁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଉତ୍ତର ଓଡ଼ିଶାରେ ଏହାର ଅଧିକ ପ୍ରଭାବ ରହିପାରେ । ଏହାମଧ୍ୟରେ ମୟୁରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର । ଏହାବ୍ୟତୀତ କିଛି ଜିଲ୍ଲାକୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି ।ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ଷା ଆହୁରି ଦୁଇ ଦିନ ଲାଗି ରହିବ । ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ । ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ବାଲେଶ୍ୱର ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ମାଟି ଘର ଭାଙ୍ଗିବା ସହ ତଳିଆ ଅଞ୍ଚଳରେ ପାଣି ଜମିପାରେ ।କିଛି ନଦୀରେ ଜଳପତ୍ତନ ବୃଦ୍ଧି ଘଟିବା ଆଶଙ୍କା ଥିବାରୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେପଟେ ମୟୂରଭଞ୍ଜରେ ଲଗାଣ ବର୍ଷା ଯୋଗୁଁ ବଡବିଲ ଗାଁରେ ଭୁଶୁଡିପଡିଛି ଘର । ଏଥିରେ ଜଣେ ୫୨ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ପରିବାରର ଆଉ ତିନି ଜଣ ଆହତ ହୋଇଛନ୍ତି । ଏପଟେ ଲଘୁଚାପ ଜନିତ ଲଗାଣ ବର୍ଷା ପରେ ଫୁଲୁଛି ଜଳକା ନଦୀ । ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ନଦୀର ଜଳସ୍ତର ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post