ମହାରାଷ୍ଟ୍ରର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି। ଏନେଇ ଅନେକ ଏଜେନ୍ସି ପକ୍ଷରୁ ସତର୍କତା ଜାରି କରାଯାଇଛି। ମହାରାଷ୍ଟ୍ର ପୁଲିସ୍ ବର୍ଷା ହେତୁ ଲୋକଙ୍କୁ ବାହାରକୁ ନବାହାରିବାକୁ କହିଛି।ବର୍ତ୍ତମାନ ମୁମ୍ବାଇରେ ପାଗ ଏବଂ ବର୍ଷା ସ୍ୱାଭାବିକ ରହିଛି, ଯାହା ଫଳରେ ମହାନଗରରେ ପରିସ୍ଥିତି ସ୍ବାଭାବିକ ରହିଛି। ଫଳସ୍ୱରୂପ, ବ୍ରିହାନମ୍ବାଇ ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ଅଞ୍ଚଳର ସମସ୍ତ ବିଦ୍ୟାଳୟ ଓ କଲେଜ ଆସନ୍ତାକାଲି, ଶୁକ୍ରବାର ଦିନ ଖୋଲା ରହିବ’’ ବୋଲି ଜୁଲାଇ ୨୬ ତାରିଖରେ ନାଗରିକ ସଂସ୍ଥା ପକ୍ଷରୁ ଏକ୍ସରେ ପୋଷ୍ଟ୍ କରାଯାଇଛି।ଏହାପୂର୍ବରୁ ଗୁରୁବାର ଦିନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ, ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏବଂ ଦେବେନ୍ଦ୍ର ଫଡନାଭିସଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରି ରିଲିଫ ଓ ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। ବୈଠକ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରିଲିଫ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ସହାୟତା ଯୋଗାଇବା ପାଇଁ ଏନଡିଆରଏଫ, ଏସଡିଆରଏଫ ୟୁନିଟ, ସେନା,ନୌସେନା, ପୁଲିସ, ଅଗ୍ନିଶମ ବାହିନୀ ଏବଂ ଡାକ୍ତରଙ୍କ ଟିମକୁ ସାରା ରାଜ୍ୟରେ ଏକାଠି କରାଯାଇଛି।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Next Post