ଓଡ଼ିଶାର ବିଭିନ୍ନ ଜିଲ୍ଲା କାଳବୈଶାଖୀର ପ୍ରଭାବକୁ ନେଇ ଚେତାବନୀ ଜାରି କରାଯାଇଛି । ରାଜ୍ୟର ପ୍ରାୟ ୧୪ଟି ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ ବୋଲି ଆଶଙ୍କା କରାଯାଉଛି । ବିଜୁଳି, ଘଡ଼ଘଡ଼ି ସହିତ ଝଡ଼ିବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଘଣ୍ଟା ପ୍ରତି ୪୫ରୁ ୫୫ କି.ମି ବେଗରେ ପବନ ବହିପାରେ । ଏହି କାଳବୈଶାଖୀର ପ୍ରଭାବକୁ ନେଇ ରାଜ୍ୟର ମୋଟ ୧୪ଟି ଜିଲ୍ଲାକୁ ଚେତାବନୀ ଜାରି କରାଯାଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।ଏହି ଜିଲ୍ଲାମାନଙ୍କ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ ସମେତ କଟକ, ଖୋର୍ଦ୍ଧା, ଅନୁଗୁଳ, ନୟାଗଡ଼ ଆଦି ଜିଲ୍ଲାକୁ ଚେତାବନୀ ଦିଆଯାଇଛି । ସେହିପରି ଗଞ୍ଜାମ, ବୌଦ୍ଧ, କନ୍ଧମାଳ, ସୋନପୁର, ବଲାଙ୍ଗୀର ଏବଂ କଳାହାଣ୍ଡି ଜିଲ୍ଲା ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ତାଲିକାରେ ସାମିଲ ରହିଛନ୍ତି । ୧୪ଟି ଜିଲ୍ଲାର ସ୍ଥାନେ ସ୍ଥାନେ ୭-୧୧ ମିମି ବର୍ଷା ହେବା ନେଇ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେବେ ଏହାବ୍ୟତୀତ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post