ମେଘୁଆ ପାଗକୁ ଝିପିଝିପି ବର୍ଷା
ରାଜ୍ୟରେ ମେଘୁଆ ପାଗ ସହ ତଳ ମୁହାଁ ହୋଇଛି ପାରଦ । ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ସହ ଆଜିଠାରୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଓ ଉତ୍ତର ଉପକୂଳ ଓଡିଶାର ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଦେଓଗଡ଼, ନୟାଗଡ଼, ଖୋର୍ଦ୍ଧା, ପୁରୀ ପ୍ରଭୃତି କିଛି ଜିଲ୍ଲାରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।