ସାରା ରାଜ୍ୟରେ ଜାରି ରହିଛି କୋହଲା ପାଗ । ଅଧିକାଂଶ ସ୍ଥାନରେ ହାଲୁକା ପବନ ସହ ହାଲୁକା ବର୍ଷା ଦେଖିବାକୁ ମିଳିଛି । ପୁରୀ ସମେତ ଜଗତସିଂହପୁର ଏବଂ ଗଞ୍ଜାମରେ ବି ହାଲୁକା ବର୍ଷା ହୋଇଛି । ରାଜ୍ୟକୁ ପ୍ରବେଶ କରୁଥିବା ପୂର୍ବାଳି ତରଙ୍ଗାୟିତ ପବନ ପ୍ରଭାବରେ ଏଭଳି ପାଗ ଜାରି ରହିଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ପ୍ରଭାବରେ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ରହୁଥିବାରୁ ତାପମାତ୍ରା ଉପରମୁହାଁ ହୋଇଛି । ଉପକୂଳ ଓଡ଼ିଶାରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଅଧିକ ଥିବା ବେଳେ ଆଭ୍ୟନ୍ତରୀଣ ଏବଂ ପାହାଡିଆ ଅଞ୍ଚଳରେ ସ୍ବାଭାବିକ ଠାରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଉପରେ ଅଛି ପାରଦ ।
Trending
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
- ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ : ମୁଖ୍ୟମନ୍ତ୍ରୀ
- ନଭି ମୁମ୍ବାଇ ଏୟାରପୋର୍ଟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା
- ଆଜି ରାଜ୍ୟବ୍ୟାପୀ ଓକିଲଙ୍କ କଲମଛାଡ଼ ଆନ୍ଦୋଳନ
- କଟକରେ ସ୍ଵାଭାବିକ ହୋଇଛି ଇଣ୍ଟରନେଟ ସେବା
- ବିଳାସପୁରରେ ଭୂସ୍ଖଳନ ଯୋଗୁଁ ୧୮ ମୃତ , ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
Prev Post
Next Post