ରାଜ୍ୟରେ ଶୀତ ଲହରୀ ସହ କଲବଲ କରୁଛି ଘନ କୁହୁଡ଼ି । ଦୃଶ୍ୟମାନ ଦୂରତା ୫୦ ମିଟରୁ କମ ରହୁଥିବାରୁ ବଢୁଛି ଦୁର୍ଘଟଣା ଘଟିବାର ଭୟ । ଆଜି ସକାଳ ସାଢ଼େ ୮ଟା ମଧ୍ୟରେ ୮ ଜିଲ୍ଲାକୁ ଛାଡ଼ି ବାକି ସମସ୍ତ ଜିଲ୍ଲାକୁ କୁହୁଡ଼ି ପାଇଁ ୟଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ୧୧ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ୧୬ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର । ପୂରା ରାଜ୍ୟରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡୁଛି । ସେହିପରି ଗତ ୨୪ ଘଣ୍ଟାରେ ତାପମାତ୍ରା ସ୍ବାଭାବିକଠାରୁ ସାମାନ୍ୟ ଅଧିକ ଥିବା ବେଳେ ପାଗ ଶୁଖିଲା ରହିଛି। ତେବେ କୋରାପୁଟ, କନ୍ଧମାଳ, ମୟୂରଭଞ୍ଜ ଭଳି ପାହାଡ଼ିଆ ଅଞ୍ଚଳରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି ।
Trending
- ମୋଦୀଙ୍କୁ ଭୋଟ ଚୋର କହିଲେ ରାହୁଲ
- ପ୍ରଥମ ରାଷ୍ଟ୍ରପତି ଭାବେ ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ
- ୧୯୯୯ ମହାବାତ୍ୟାକୁ ପୂରିଲା ୨୬ ବର୍ଷ
- ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
Prev Post
Next Post
