ରାଜ୍ୟରେ ପାରଦ ଉପରମୁହାଁ
ରାଜ୍ୟରେ ଉପରମୁହାଁ ପାରଦ । ସ୍ବାଭାବିକ ଠାରୁ ୫ ରୁ ୭ ଡିଗ୍ରୀ ଉପରେ ରହିବ ପାରଦ ! ଗଲା କିଛି ଦିନ ଧରି ରାଜ୍ୟରେ ବଢୁଛି ଖରା । ଉତ୍ତରରୁ ଦକ୍ଷିଣ, ପୂର୍ବରୁ ପଶ୍ଚିମ ସବୁଠି ଖରାର ଦାଉ । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ତାତି ଆହୁରି ବଢ଼ିପାରେ । ରାଜ୍ୟର କିଛି ଅଞ୍ଚଳରେ ତାତି ବଢିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଗତକାଲି ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୩୬.୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ୧୫ଟି ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା ।