ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବା ନେଇ ଆଇଏମ୍ଡି ପକ୍ଷରୁ ଆଲର୍ଟ ଜାରି କରାଯାଇଛି । ଉତ୍ତରପ୍ରଦେଶ, ବିହାର, ଝାଡ଼ଖଣ୍ଡ, ଛତିଶଗଡ଼, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଓଡ଼ିଶା, ପଶ୍ଚିମବଙ୍ଗ ସମେତ ଅନ୍ୟ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଦିଲ୍ଲୀରେ ସକାଳୁ ସକାଳୁ କୁହୁଡ଼ି ଦେଖିବାକୁ ମିଳିଥିଲା । ଏହା ସହ ସର୍ବୋଚ୍ଚ ତାପମାତ୍ରା ୨୫ ଡିଗ୍ରୀ ରେକର୍ଡ଼ କରାଯାଇଛି । ତେବେ କୁହୁଡ଼ି କାରଣରୁ ବିମାନ ଉଡ଼ାଣ ବାଧାପ୍ରାପ୍ତ ହୋଇଥିଲା । ଏନେଇ ଏଏନ୍ଆଇ ‘ଏକ୍ସ’ରେ ଏକ ପୋଷ୍ଟ ଶେୟାର କରିଛି ।ଫେବୃଆରୀ ୧୧ରୁ ୧୩ ମଧ୍ୟ ଭାରତର କେତେକ ରାଜ୍ୟ ଏବଂ ଫେବୃଆରୀ ୧୩ରୁ ୧୫ ପୂର୍ବ ଭାରତର କେତେକ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା IMD ପକ୍ଷରୁ ସୂଚନା ଦିଆଯାଇଛି । ସ୍କାଇମେଟ୍ ୱେଦର ଅନୁସାରେ ଫେବୃଆରୀ ୧୧ ଏବଂ ୧୨ରେ ଉତ୍ତରପ୍ରଦେଶ, ବିହାର ଏବଂ ଝାଡ଼ଖଣ୍ଡରେ ଝିପିଝିପି ବର୍ଷା ହୋଇପାରେ । ସେହିପରି ଫେବୃଆରୀ ୧୧ରେ ଛତିଶଗଡ଼, ତେଲେଙ୍ଗାନା ଏବଂ ମହାରାଷ୍ଟ୍ରରେ ବର୍ଷା ହୋଇପାରେ । କେତେକ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।
Trending
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ମୟୂରଭଞ୍ଜର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧ ପରିକର – ଧର୍ମେନ୍ଦ୍ର ପ୍ରଧାନ
- ଇ-ପ୍ରଶାସନର ଜ୍ୱଳନ୍ତ ଉଦାହରଣ ପାଲଟିଛି କେନ୍ଦୁଝରର ଶୁଆକାଟି ପଞ୍ଚାୟତ
Prev Post
Next Post