ରାଜ୍ୟରେ ୧୭ ଯାଏଁ ପ୍ରବଳ ବର୍ଷା
ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି ।ସେହି ସବୁ ଜିଲ୍ଲା ଗୁଡ଼ିକ ହେଲା – ବାଲେଶ୍ଵର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା,କଟକ, ଜଗତସିଂହପୁର, ସୁନ୍ଦରଗଡ଼,ଝାରସୁଗୁଡ଼ା, ବରଗଡ, ସମ୍ବଲପୁର,ଦେଓଗଡ଼,ଅନୁଗୁଳ,ଢେଙ୍କାନାଳ, କେଉଁଝର, ମୟୁରଭଞ୍ଜ । ସେହିପରି ଆସନ୍ତାକାଲିଠୁ ବଢିବ ବର୍ଷା । ବିଶେଷକରି ମୟୁରଭଞ୍ଜ, କେନ୍ଦୁଝର,ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ଅର୍ଥାତ୍ ୭ ରୁ ୧୧ ସେମି ବର୍ଷା ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୪ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା,ବରଗଡ଼, ସମ୍ବଲପୁରରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ୧୮ ତାରିଖକୁ ବଦଳିବ ପାଗ । କମିବ ବର୍ଷା ।ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ ରୁ ଏଯାବତ ୬୩୪. ୯ ମିମି ବର୍ଷା ରେକର୍ଡ ହୋଇଛି । ଏବେବି ୯ ପ୍ରତିଶତ ନିଅଁଟିଆ ବର୍ଷା ରହିଛି । ୬୯୮.୪ ମିମି ବର୍ଷା ସ୍ୱାଭାବିକ ରହିବା କଥା ।