ଲୁଚକାଳି ଖେଳୁଛି ମୌସୁମୀ !

ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୩ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।ଫଳରେ ରାଜ୍ୟରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟାରେ କିଛି ସ୍ଥାନରେ ହାଲୁକା ବର୍ଷା ହୋଇଥିବାବେଳେ ନବରଙ୍ଗପୁରରେ ସର୍ବାଧିକ ୬୦ ମିଲିମିଟର ବର୍ଷା ହେଇଛି ।ରାଜ୍ୟରେ ଏବେ ସୁଦ୍ଧା ୨୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି ।