କାର୍ତ୍ତିକରେ ଖରା ଛାଇ ଖେଳ। କେତେବେଳେ ହାଲୁକା ଥଣ୍ଡା ତ ପୁଣି କେତେବେଳେ ବର୍ଷା। ପୁଣି କେତେବେଳେ ଗରମ ଗୁଳୁଗୁଳି କରୁଛି ଅସ୍ତବ୍ୟସ୍ତ। ରାଜ୍ୟରେ ବାୟୁ ଚଳାଚଳର ଅସଙ୍ଗତି ପାଇଁ ସୃଷ୍ଟି ହୋଇଛି ଏଭଳି ପରିସ୍ଥିତି।ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା। ପଶ୍ଚିମା ଝଡ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟକୁ ପ୍ରବେଶ କରୁଥିବା ପୂର୍ବାଳୀ ତରଙ୍ଗାୟିତ ପବନ ପ୍ରଭାବରେ ରାତିର ତାପମାତ୍ରା ସ୍ବାଭାବିକଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିଛି। ଏହାସହ ବାୟୁମଣ୍ଡଳରେ ଉଚ୍ଚ ଆର୍ଦ୍ରତା ପାଇଁ ଗୁଳୁଗଳି ଅନୁଭୁତ ହେଉଛି। ତେବେ ୩ଦିନ ପରେ ରାଜ୍ୟରେ ବଦଳିବ ପାଗ। ରାତି ତାପମାତ୍ରା ୩ରୁ ୪ଡିଗ୍ରୀ ପର୍ଯ୍ୟନ୍ତ କମିବା ସହ ଶୀତ ଅନୁଭୁତ ହେବ।
Trending
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
- ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ଶକ୍ତି ନାନୀ ଉପାଖ୍ୟାନ ଦେଲେ – ଶ୍ରୀମୟୀ ମିଶ୍ର
- ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ
- ଆଜି ପଞ୍ଚୁକର ଦ୍ବିତୀୟ ଦିନ , ପୁରୀ ଶ୍ରୀ ମନ୍ଦିରରେ ଅସମ୍ଭାଳ ଭିଡ଼
- ପରଲୋକରେ ‘ରୁଚି ମସଲା’ର ପ୍ରତିଷ୍ଠାତା ଶରତ କୁମାର
Prev Post
Next Post