ବଢିବ ତାତି, ଉପରମୁହାଁ ହେବ ପାରଦ । ଆସନ୍ତା ୪ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏପରିକି ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୧୫ ଡିଗ୍ରୀ ଯାଏ ବଢିବ ବୋଲି ମଧ୍ୟ ସୂଚନା ଦିଆଯାଇଛି । ଆସନ୍ତା ୧୭ ତାରିଖରୁ ୨୦ ତାରିଖ ଚାରିଦିନ ପର୍ଯ୍ୟନ୍ତ ଲାଗି ରହିବ ସାଂଘାତିକ ସ୍ଥିତି । ଏଥିପାଇଁ ପିକ୍ ସମୟ ଘୋଷଣା କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ବହୁ ସ୍ଥାନରେ ୪୩ରୁ ୪୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଛୁଇଁବାର ସମ୍ଭାବନା ରହିଛି । ଏଥିସହ ପ୍ରବଳ ଗୁଳୁଗୁଳି ମଧ୍ୟ ଅନୁଭୂତ ହେବ ।ଉଷ୍ମ ଓ ଆର୍ଦ୍ର ପାଣିପାଗ ସ୍ଥିତି ପାଇଁ କଟକ, ନୟାଗଡ଼, ଅନୁଗୋଳ, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ଏବଂ ମାଲକାନଗିରି ଜିଲ୍ଲାପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୫ ତାରିଖରେ କଟକ, ନୟାଗଡ଼, ଅନୁଗୋଳ, ବୌଦ୍ଧ, ବଲାଙ୍ଗୀର, କୋରାପୁଟ ଓ ମାଲକାନଗିରି ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗବିଭାଗ ।୧୬ ଓ ୧୭ରେ ୧୩ ଜିଲ୍ଲାରେ ହିଟ୍ୱେଭ୍ ସ୍ଥିତି ଲାଗି ରହିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିବାବେଳେ ୨୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଲାଗି ରହିବ ବୋଲି ସୂଚନା ମଧ୍ୟ ଦିଆଯାଇଛି । ଏବେ ରାଜ୍ୟକୁ ପଶ୍ଚିମ ତଥା ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରୁଥିବାରୁ ତାପମାତ୍ରାରେ ବୃଦ୍ଧି ଘଟୁଛି । ଆଗକୁ ଅସହ୍ୟ ତାତି ଓ ଗୁଳୁଗୁଳି ଶରୀର ପାଇଁ ଘାତକ ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରାଇ ଦେଇଛି । ସେପଟେ ଏପ୍ରିଲ ମାସରେ ୭୨ ବର୍ଷରେ ସବୁଠୁ ଥଣ୍ଡାଦିନ ଗୁରୁବାର ଅନୁଭୂତ ହୋଇଥିଲା । ଅନ୍ୟପକ୍ଷରେ ଗରମ ସମୟରେ ଦିନ ତାପମାତ୍ରା ସହ ରାତିର ତାପମାତ୍ରା ମଧ୍ୟ ୩ରୁ ୪ ଡିଗ୍ରୀ ବୃଦ୍ଧି ହେବାର ସମ୍ଭାବନା ରହିଛି ।
Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ