୧୫ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

 

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ  ଲଘୁଚାପ  ପ୍ରଭାବରେ ଆସନ୍ତା ୪ ଦିନ ରାଜ୍ୟର କେତେକ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ଏବଂ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି  । ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ୭ ତାରିଖ ଯାଏଁ ରାଜ୍ୟରେ ବିସ୍ତୃତ ବର୍ଷା ହେବ। ୪ ତାରିଖରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଏବଂ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହା ସହିତ ୧୫ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସହ ଝଡ଼ବର୍ଷା ଏବଂ ବଜ୍ରପାତ ସମ୍ଭାବନା ରହିଛି ବୋଲି ମଧ୍ୟ ସୂଚନା ମିଳିଛି। ରବିବାର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଥିବା ବେଳେ ସୋମବାରଠାରୁ ବର୍ଷାର ପରିମାଣ ବଢ଼଼ିବ। ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ଅନୁଗୋଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବରଗଡ଼, ରାୟଗଡ଼ା, ବଲାଙ୍ଗୀର, ନୂଆପଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାବ୍ୟତୀତ ପୂରା ରାଜ୍ୟବ୍ୟାପୀ ଝଡ଼ବର୍ଷା ସହ ବଜ୍ରପାତ ହେବା ନେଇସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର।