ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ହୋଇଛି । ୩ ତାରିଖ ପର୍ଯ୍ୟନ୍ତ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗର ଆକଳନ । ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ। ବାଲେଶ୍ଵର, ଭଦ୍ରକ, ମୟୁରଭଂଜ, କେଉଁଝର, ସୁନ୍ଦରଗଡ଼ ଏବଂ ଯାଜପୁରକୁ ସତର୍କତା। ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ। ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ଲାଗିରହିଛି। ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଗତକାଲି ସକାଳଠାରୁ ଆଜି ପୂର୍ବାହ୍ନ ମଧ୍ୟରେ ଜଗତ୍ସିଂହପୁର ଜିଲ୍ଲାର କୁଜଙ୍ଗରେ ସର୍ବାଧିକ ୧୧୦ ମିମି ବର୍ଷା ରେକର୍ଡ କରାଯାଇଛି। ବାଲେଶ୍ବର, ଭୁବନେଶ୍ବର, କଟକ, ବଲାଙ୍ଗୀର, ମାଲକାନଗିରି, ଖୋର୍ଦ୍ଧା, ଢେଙ୍କାନାଳ, ରାଉରକେଲା, ବାରିପଦା, ହୀରାକୁଦ ପ୍ରଭୃତି ସହରରେ ଆଜି ସକାଳଠାରୁ ବର୍ଷା ହେଉଛି। ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗିରହିବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Prev Post