ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଡିପ୍ ଡିପ୍ରେସନ୍ ସକ୍ରିୟ ରହିଛି । ଏବେ ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଆଗକୁ ବଢୁଛି । ସମୁଦ୍ରରୁ ବଳ ଗୋଟାଇ ଅଧିକ ଘନୀଭୂତ ହେବ ଗଭୀର ଅବପାତ । ଆଜି ମଧ୍ୟରାତ୍ରି କିମ୍ବା ଆସନ୍ତାକାଲି ସକାଳ ସୁଦ୍ଧା ଦାନା ବାନ୍ଧିବ ସାଇକ୍ଲୋନ୍ । ବାତ୍ୟାର ନାଁ ରହିବ ମିଗଜମ।୪ ତାରିଖ ବେଳକୁ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିବ ବାତ୍ୟା । ୫ ତାରିଖରେ ଲାଣ୍ଡଫଲ୍ କରିବ ସାଇକ୍ଲୋନ୍ ମିଗଜମ୍ । ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ନେଲୋର ଓ ମଛଲିପଟ୍ଟନମ୍ ମଧ୍ୟରେ ମଧ୍ୟାହ୍ମରେ ସ୍ଥଳଭାଗ ଅତିକ୍ରମ କରିବ । ଲାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟାପ୍ରତି ୮୦ରୁ ୯୦ କିଲୋମିଟର ରହିପାରେ । ପବନର ବେଗ ବଢ଼ି ୧୦୦ କିଲୋମିଟର ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶ ଓ ଉତ୍ତର ନର୍ଥ ତାମିଲନାଡୁ ଓ ପୁଡୁଚେରୀ ଉପକୂଳକୁ ପ୍ରି-ସାଇକ୍ଲୋନ୍ ସତର୍କତା ଜାରି ହୋଇଛି । ବଦଳୁଛି ବାତ୍ୟାର ଗତିପଥ । ପୂର୍ବରୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ଉତ୍ତର ତାମିଲନାଡୁ ଉପକୂଳ ମୁହାଁ ହେବ ବୋଲି କହିଥିଲା ପାଣିପାଗ ବିଭାଗ । ଏବେ ଗତିପଥ ବଦଳୁଛି । ଏବେ ବାତ୍ୟା ରାଡାରକୁ ଆସିଛି ପୂରା ଆନ୍ଧ୍ରପ୍ରଦେଶ ଉପକୂଳ। ଅଶାନ୍ତ ରହିଛି ସମୁଦ୍ର ।
Trending
- ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହିତ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ
- ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ
- ବିମାନ ଦୁର୍ଘଟଣା, ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
- ଗୁଜରାଟର ଅହମ୍ମଦାବାଦରେ ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ 1 କୋଟି ଦେବ ଟାଟାଗ୍ରୁପ
- ଗୁଜରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆର ବିମାନ ଦୁର୍ଘଟଣାଗ୍ରସ୍ତ, 170 ମୃତ
- ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ଯାଏ ଭଦ୍ରକ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ
- ପାର୍ଟ ପ୍ଲଟ୍ ଲାଗି ଆଇନରେ ସଂଶୋଧନ ଆଣିଛି ଗୃହ ଓ ନଗର ଉନ୍ନୟନ ବିଭାଗ,ଫଳରେ ପାର୍ଟ ପ୍ଲଟ୍ ବିକ୍ରି ପାଇଁ ବାଟ ଫିଟିଛି
- ହାତୀବେଶରେ ଭକ୍ତଙ୍କୁ ଦର୍ଶଦ ଦେଇଛନ୍ତି ଶ୍ରୀଜିଉ
- ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ
- ସ୍ନାନ ପୂର୍ଣ୍ଣିମାରେ ପୁରୀରେ ବରିଷ୍ଠ ସେବାୟତଙ୍କୁ ହତ୍ୟା
Prev Post
Next Post