ମୌସୁମୀ ପ୍ରତ୍ୟାବର୍ତ୍ତନ ଆସନ୍ତା ୨୫ ତାରିଖରୁ ଆରମ୍ଭ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ଶୁକ୍ରବାର କୁହାଯାଇଛି। ସାଧାରଣତଃ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଜୁନ୍ ୧ରେ କେରଳ ଛୁଇଁବା ପରେ ଜୁଲାଇ ୮ ସୁଦ୍ଧା ସାରା ଦେଶରେ ପହଞ୍ଚତ୍ଥାଏ। ସେପ୍ଟେମ୍ବର ୧୭ରୁ ଏହାର ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇ ଅକ୍ଟୋବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ ଭାବେ ଫେରିଯାଇଥାଏ। ଆସନ୍ତା ୫ ଦିନ ଉତ୍ତରପଶ୍ଚିମ ଏବଂ ପଶ୍ଚିମ-କେନ୍ଦ୍ରୀୟ ଭାରତର ପାଖାପାଖି ଅଞ୍ଚଳରେ କମ୍ ବର୍ଷା ହେବା ଆଶା କରାଯାଉଛି। ତେଣୁ ପଶ୍ଚିମ ରାଜସ୍ଥାନରୁ ସେପ୍ଟେମ୍ବର ୨୫ ସୁଦ୍ଧା ମୌସୁମୀ ପ୍ରତ୍ୟାବର୍ତ୍ତନ ଲାଗି ଅନୁକୂଳ ସ୍ଥିତି ସୃଷ୍ଟି ହୋଇଥିବା ଆଇଏମ୍ଡି କହିଛି। ମୌସୁମୀ ପ୍ରତ୍ୟାବର୍ତ୍ତନରେ ବିଳମ୍ବ ହେଲେ ବର୍ଷାଋତୁ ଅଧିକ ଲମ୍ବା ହୋଇଥାଏ। ଦୀର୍ଘଦିନ ବର୍ଷା ଋତୁ ଲାଗିରହିଲେ କୃଷି ଉତ୍ପାଦନ ପ୍ରଭାବିତ ହେବା ସହ ଉତ୍ତରପଶ୍ଚିମ ଭାରତରେ ରବି ଫସଲ ଉତ୍ପାଦନ ବାଧାପ୍ରାପ୍ତ ହୋଇଥାଏ। ମୌସୁମୀ ଋତୁରେ ସ୍ବାଭାବିକ ଭାବେ ୮୩୨.୪ ମିଲିିମିଟର ବର୍ଷା ହେଉଥିବାବେଳେ ଚଳିତ ଥର ଏପର୍ଯ୍ୟନ୍ତ ୭୮୦.୩ ପ୍ରତିଶତ ବୃଷ୍ଟିପାତ ହୋଇଛି।
Trending
- ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର
- ୨୦ ହଜାର ମହିଳା ଘେରିବେ ବିଧାନସଭା
- ଓଡ଼ିଶା ସମେତ ସମେତ ୬ଟି ରାଜ୍ୟର ୪ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ର ମଞ୍ଜୁରୀ
- ପ୍ରଧାନମନ୍ତ୍ରୀ ବାରାଣସୀରେ ପ୍ରାୟ ୨୨୦୦ କୋଟି ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ
- ପୁରୀ ଶରଧାବାଲି ଦଳଚକଟା ଘଟଣା , ମୁଖ୍ୟମନ୍ତ୍ରୀଙ୍କୁ ତଦନ୍ତ ରିପୋର୍ଟ ଦେଲେ ଉନ୍ନୟନ କମିଶନର
- ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ୨ ଲକ୍ଷ ମହିଳାଙ୍କୁ ଆଉ ପୁନର୍ବାର ଆବେଦନ କରିବାକୁ ପଡ଼ିବ ନାହିଁ
- ନରେନ୍ଦ୍ର ମୋଦୀଙ୍କ କ୍ୟାବିନେଟର 6 ଟି ବୈଠକରେ ବଡ଼ ନିଷ୍ପତ୍ତି
- ଆସନ୍ତା କାଲି ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
- ବଢିଲା ବିଜେଡି ନେତାଙ୍କ ଅଡୁଆ, ପ୍ରୀତିରଞ୍ଜନ ଘଡେଇ ଙ୍କ ନାଁରେ ଏତଲା
- ଆଣ୍ଡାମାନ ଓ ନିକୋବର ଦ୍ଵୀପପୁଞ୍ଜରେ ଭୂକମ୍ପ ଝଟକା
Prev Post