ଆସନ୍ତା ୨୯ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ମ୍ୟାନ୍ମାର ନିକଟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଲଘୁଚାପ ସେପ୍ଟେମ୍ବର ୩୦ ତାରିଖରେ ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗ ଦେଇ ଓଡ଼ିଶା ଉପକୂଳ ଏବଂ ପଶ୍ଚିମବଙ୍ଗ ଉପକୂଳ କିମ୍ବା ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ସ୍ଥଳଭାଗ ଅତିକ୍ରମ କରିବା ବେଳେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମ୍ବା ବେଳେ ବେଳେ ୬୦ରୁ ୭୦ କି.ମି. ରହିବ ବୋଲି ଅନୁମାନ କରାଯାଉଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି କଟକ, ପୁରୀ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଜଗତ୍ସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଆଦି ଜିଲାରେ ଅକ୍ଟୋବର ୨ ତାରିଖ ଯାଏ ପ୍ରବଳ ବର୍ଷା ହେବ। ତେବେ ଲଘୁଚାପ ବାତ୍ୟାରେ ପରିଣତ ହେବ କି ନାହିଁ ସେ ନେଇ ବର୍ତ୍ତମାନ ସୁଦ୍ଧା କୌଣସି ସୂଚନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବତନ ନିର୍ଦ୍ଦେଶକ ଶରତ ସାହୁ କହିଛନ୍ତି।
Trending
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍