୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡ଼ି

ରାଜ୍ୟର ବିଭିନ୍ନ ଅଂଚଳରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଥିଲା । ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା । ଓଡ଼ିଶା ଉପକୂଳ ବଙ୍ଗୋପସାଗର ଅଂଚଳରେ ସକ୍ରୀୟ ଗୁରୁଚାପ ବଳୟ ପ୍ରଭାବରେ ଏହି କୁହୁଡ଼ି ଦେଖିବାକୁ ମିଳିଛି । ଆଗାମୀ ୩ ଦିନ ଉପକୂଳ ଓଡ଼ିଶା ସମେତ ପାଶ୍ୱର୍ବର୍ତ୍ତୀ ଜିଲ୍ଲାଗୁଡ଼ିକରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ହେବା ନେଇ ସମ୍ଭାବନା ରହିଛି । ତେଣୁ ଆଗାମୀ ୬ରୁ ୭ ଦିନ ଯାଏଁ ଶୀତ ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।