ଓଡିଶାରେ ଲଘୁଚାପ ପ୍ରଭାବରେ ବର୍ଷା ଲାଗି ରହିବ ବୋଲି ଜଣାପଡିଛି । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୫ ଟି ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲେ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ନୂଆପଡା ଓ ନବରଙ୍ଗପୁର । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ଆଜି ବର୍ଷା ହୋଇପାରେ ।ଏହାବାଦ ୩୦ ତାରିଖରେ ଉତ୍ତର ଓଡିଶାର ଅନେକ ସ୍ଥାନରେ ବର୍ଷାର ପ୍ରକୋପ ଦେଖିବାକୁ ମିଳିବ । ଏଥିରେ ଉତ୍ତର ଓଡିଶା ଓ ଦକ୍ଷିଣ ଓଡିଶା ସାମିଲ ରହିଛି । ସେପଟେ ରାଜ୍ୟରେ ଆସନ୍ତା ୩୧ ତାରିଖରେ ସର୍ବାଧିକ ବର୍ଷା ହେବାର ଆଶଙ୍କା ଅଛି । ୧୪ ଟି ଜିଲ୍ଲାରେ ଏହିଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏତତବ୍ୟତୀତ ୧ ଓ ୨ ତାରିଖରେ ବର୍ଷାର ପରିମାଣ କମିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି