ଆମେରିକାର ପୂର୍ବତନ ବୈଦେଶିକ ସଚିବ ତଥା ନୋବେଲ ଶାନ୍ତି ପୁରସ୍କାର ବିଜେତା ହେନରୀ କିସିଞ୍ଜରଙ୍କ ନିଧନ । ମୃତ୍ୟୁବେଳକୁ ତାଙ୍କୁ ୧୦୦ ବର୍ଷ ହୋଇଥିବା ସୂଚନା ମିଳିଛି । ତେବେ କନେକ୍ଟିକଟର ବାସଭବନରେ ଶେଷନିଶ୍ୱାସ ତ୍ୟାଗ କରିଥିବା କିସିଞ୍ଜର ଆସୋସିଏଟ୍ସ ଏନେଇ ସୂଚନା ଦେଇଛି ।ଆମେରିକାର ଦୁଇ ରାଷ୍ଟ୍ରପତିଙ୍କ ଶାସନ କାଳରେ ପାୱାରହାଉସର କୂଟନୀତିଜ୍ଞ ଭାବେ କାମ କରିଥିଲେ କିସିଞ୍ଜର । ରାଷ୍ଟ୍ରପତି ରିଚାର୍ଡ ନିକ୍ସନ୍ ଏବଂ ଜେରାଲ୍ଡ ଫୋର୍ଡଙ୍କ କାର୍ଯ୍ୟକାଳ ମଧ୍ୟରେ କିସିଞ୍ଜର ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ତଥା ବୈଦେଶିକ ସଚିବ ଭାବରେ କାର୍ଯ୍ୟ କରିଥିଲେ । ସେ ଚଳିତ ବର୍ଷ ୨୭ ମଇରେ ତାଙ୍କର ୧୦୦ତମ ଜନ୍ମଦିନ ପାଳନ କରିଥିଲେ । ୧୯୭୧ରେ ଭାରତ-ପାକିସ୍ଥାନ ଯୁଦ୍ଧ ସମୟରେ ତାଙ୍କର ଭୂମିକା ଅତ୍ୟନ୍ତ ବିବାଦୀୟ ଥିଲା । ୧୯୭୩ରେ ନୋବେଲ ଶାନ୍ତି ପୁରସ୍କାର ପାଇଥିଲେ କିସିଞ୍ଜର ।
Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Prev Post
Next Post